Advertisment

ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା

ବସ୍‌ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା।

author-image
Jitendra Garnayak
ଅଦ୍ୟତନ ହୋଇଛି
Accident

Accident

ଏକ ବସ୍‌ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିର କଟରପଡ଼ା ଛକରେ ଆଜି ସକାଳେ ଘଟିଛି ଏହି ଦୁର୍ଘଟଣା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। 

Advertisment

ବସ୍‌ଟି କେନ୍ଦ୍ରାପଡ଼ାରୁ କଟକ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ବସ୍‌ରେ ପ୍ରାୟ ୬୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି।

ଆହତଙ୍କ ମଧ୍ୟରୁ ୧୧ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବାକି ଆହତଙ୍କ ଚିକିତ୍ସା ନିଶ୍ଚିନ୍ତକୋଇଲି ଡାକ୍ତରଖାନାରେ ଚାଲିଛି।   

Advertisment
Accidentଦୁର୍ଘଟଣାଗ୍ରସ୍‌ ବସ୍ ଓ ଟ୍ରକ୍

ଦୁର୍ଘଟଣା ପରେ ଉଭୟ ବସ୍ ଓ ଟ୍ରକ୍‌ ଡ୍ରାଇଭର ଫସି ରହିଥିଲେ। ସେମାନେ ଗାଡ଼ିରୁ ବାହାରି ପାରି ନଥିଲେ। ସେମାନଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀମାନେ ଉଦ୍ଧାର କରିଥିଲେ। ସେହିପରି ବସ୍‌ରେ ଫସି ରହିଥିବା ଦୁଇ ଜଣ ଯାତ୍ରୀଙ୍କୁ ମଧ୍ୟ ବାହାର କରାଯାଇଥିଲା।

କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ପରିବହନ କମିଶନର ଅମିତାଭ ଠାକୁର କହିଛନ୍ତି ଯେ ପ୍ରାଥମିକ ତଦନ୍ତରୁ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଉଭୟ ବସ୍‌ ଏବଂ ଟ୍ରକର ସବୁ କାଗଜପତ୍ର ଠିକ୍ ଅଛି।

ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରଲୋକଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ମୃତକଙ୍କ ପରିବାର ପିଛା ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି। 

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏହି ଘଟଣାକୁ ନେଇ ଶୋକପ୍ରକାଶ କରିଛନ୍ତି। ଏହା ସହିତ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଛନ୍ତି।

Accident Road Accident