ବଜ୍ରପାତରେ ଦୁଇଟି ଜିଲ୍ଲାରେ ୫ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ।
ଗତକାଲି ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବସ୍ତା ଓ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କ ମଧ୍ୟରେ ୨ ଜଣ ମହାଦେବସରାଇ ଗାଁର ହୋଇଥିବାବେଳେ ଅନ୍ୟମାନେ ବେଲଗାଁ ଓ ପଣସପଡ଼ାର ବୋଲି ଜଣାପଡ଼ିଛି। ସମସ୍ତେ ବିଲରେ ଧାନ ରୋଉଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ।
Also Read
ସେହିପରି ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଳକରେ ବଜ୍ରପାତରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଥିଲେ। ।
ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା଼ ନେଇ ୱାର୍ଣ୍ଣିଂ ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।