Advertisment

ଡିଭାଇଡରରେ ପିଟିହେଲା ଆମ୍ବୁଲାନ୍ସ; ୫ ଆହତ

ଗତକାଲି ରାତିରେ ଆମ୍ବୁଲାନ୍ସଟି ଗର୍ଭବତୀ ମହିଳାଙ୍କୁ ନେଇ ମେଡିକାଲ ନେଇଯାଉଥିଲେ।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ଡିଭାଇଡରରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ। ଦୁର୍ଘଟଣାରେ ୫ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ରାଜଧାନୀର ଭୁବନେଶ୍ୱରର ଉତ୍ତରା ଛକ ସିଫା ନିକଟରେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ମାନଙ୍କ ମଧ୍ୟରେ ରୋଗୀଙ୍କ ସମ୍ପର୍କୀୟ ଓ ଆମ୍ବୁଲାନ୍ସ କର୍ମଚାରୀ ଥିବା ଜଣାପଡ଼ିଛି।

Advertisment

ଗତକାଲି ରାତିରେ ଆମ୍ବୁଲାନ୍ସଟି ଗର୍ଭବତୀ ମହିଳାଙ୍କୁ ନେଇ ମେଡିକାଲ ନେଇଯାଉଥିଲା। ଏହି ସମୟରେ ଉତ୍ତରା ଛକ ସିଫା ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା। ପରେ ଆମ୍ବଲାନ୍ସଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଆହତ ମାନଙ୍କୁ ଅନ୍ୟ ଏକ ଆମ୍ବୁଲାନ୍ସରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଦୁର୍ଘଟଣାପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। 

ଆମ୍ବୁଲାନ୍ସ ଚାଳକ ମଦ ପିଇ ଗାଡ଼ି ଚଳାଇବା ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ଡ୍ରାଇଭରକୁ ଅଟକ ରଖି ପୁଲିସ ଜିମାରେ ଦେଇଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe