Advertisment

ଡିଭାଇଡରରେ ପିଟି ହୋଇ ରାସ୍ତାକଡ଼କୁ ଓଲଟିଲା ବ୍ୟାଣ୍ଡ୍ ପାର୍ଟି ଗାଡ଼ି

ଗାଡ଼ି ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଇବା ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି l

Accident

Accident

Advertisment

ଡିଭାଇଡରରେ ପିଟି ହୋଇ ରାସ୍ତାକଡ଼କୁ ଓଲଟିଲା ବ୍ୟାଣ୍ଡ୍ ପାର୍ଟି ଗାଡ଼ି। ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଢେଙ୍କାନାଳ ଜିଲ୍ଲା ବଡମୁକ୍ତାପଶି ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗରରେ ଦଶହରା ଭସାଣି ପାଇଁ ଯାଜପୁର ଜିଲ୍ଲା ମଙ୍ଗଳପୁର ଅଞ୍ଚଳରୁ ‘ଶିବମ ମ୍ୟୁଜିକାଲ ଟିମ୍‌’ର ସଦସ୍ୟମାନେ ଆସୁଥିଲେ। ବଡମୁକ୍ତାପଶି ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିଲେ। ଆମ୍ବୁଲାନ୍ସ ଯୋଗେ ସମସ୍ତ ଆହତଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି। ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ତାଙ୍କ ହାତ ଛିଡିଯାଇଛି। ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। 

ଗାଡ଼ି ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଇବା ଯୋଗୁ ଏପରି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Road Accident Dhenkanal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe