Advertisment

ନକ୍ସଲଙ୍କ ଆଇଡି ବିସ୍ଫୋରଣ; ୫ ଯବାନ ଗୁରୁତର

ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

Blast

Blast

Advertisment

ନକ୍ସଲଙ୍କ ଆଇଡି ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଟେରାମ୍‌-ଗୁଡୁମ୍‌ ଗାଁ ନିକଟ ଜଙ୍ଗଲରେ ଏହି ବିସ୍ଫୋରଣ ହୋଇଛି। ଆହତ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ 153 ସିଆରପିଏଫର ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିଲେ। ଟେରାମ୍‌-ଗୁଡୁମ୍‌ ଗାଁ ନିକଟରେ ଥିବା ଜଙ୍ଗଲରେ ନକ୍ସଲମାନେ ଯବାନଙ୍କୁ ଟାର୍ଗେଟ୍ କରି ଆଇଡି ବିସ୍ଫୋରଣ କରିଥିଲେ। ବିସ୍ଫୋରଣରେ ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି।

ଯବାନମାନେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି। ଚିନ୍ନାଗେଲୁର କ୍ୟାମ୍ପଠୁ ୫୦୦ ମିଟର ଦୂରରେ ଏହି ବିସ୍ଫୋରଣ ହୋଇଥିବା ଜଣାଯାଇଛି।

Advertisment
Malkangiri Bomb Blast Chhattisgarh Naxal Attack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe