Advertisment

ଖାଦାନରେ ବ୍ଲାଷ୍ଟିଂ; ୫ ଗୁରୁତର, ପଥର ତଳେ ଛଟପଟ ଶ୍ରମିକ

ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ଶ୍ରମିକଙ୍କ ଉପରେ ପଥର ଖଣ୍ଡମାନ ପଡ଼ିଥିଲା।

author-image
Niharika Rout
ଅଦ୍ୟତନ ହୋଇଛି
Blasting

Blasting

ପଥର ଖାଦାନରେ ବ୍ଲାଷ୍ଟିଂ ହୋଇ ୫ ଶ୍ରମିକ ଗୁରୁତର। ଏପରି ଏକ ଘଟଣା ଆଜି ବାଲେଶ୍ୱର ଜିଲ୍ଲା ସୋର ଥାନା ବାଗୁଡ଼ି ପଥର ଖାଦାନରେ ଘଟିଛି। ଏହି ଅଘଟଣ ଯୋଗୁ ପଥର ତଳେ ଜଣେ ଶ୍ରମିକ ଚାପି ହୋଇ ଯାଇଥିବା ଜଣାଯାଇଛି।

Advertisment

ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ଶ୍ରମିକଙ୍କ ଉପରେ ପଥର ଖଣ୍ଡମାନ ପଡ଼ିଥିଲା। ଫଳରେ ୫ ଜଣ ଗୁରୁତର ହୋଇ ପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।

ଏଥିସହ ଏବେବି ଜଣେ ଶ୍ରମିକ ପଥର ତଳେ ଚାପି ହୋଇ ରହିଥିବା ଜଣାଯାଇଛି। ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ତୁରନ୍ତ ଘଟଣାସ୍ଥଳ ଅଭିମୁଖେ ଯାଇଥିବା ଜଣାଯାଇଛି।

Advertisment

ସୂଚନାଯୋଗ୍ୟ, ସୋରର ବାଗୁଡ଼ିରେ ବାରମ୍ବାର ଏପରି ଅଘଟଣ ଘଟୁଛି l ହେଲେ ପ୍ରଶାସନ ଏପରି ଘଟଣା ପ୍ରତି ଆଖି ବୁଜି ଦେଉଥିବା ଆଲୋଚନା ହେଉଛି।

Balasore Bomb Blast