Advertisment

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୬ ଆହତ

ଗତକାଲି ବଳମ୍ବିତ ରାତିରେ ‘ଶ୍ରୀରାମ ଜି’ ନାମକ ଯାତୟୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵରରୁ ରାଉରକେଲା ଅଭିମୁଖେ ଯାଉଥିଲା।

Road accident

Road accident

Advertisment

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନାଭଟା ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବଳମ୍ବିତ ରାତିରେ ‘ଶ୍ରୀରାମ ଜି’ ନାମକ ଯାତୟୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵରରୁ ରାଉରକେଲା ଅଭିମୁଖେ ଯାଉଥିଲା। କେନାଭଟା ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣାପରେ ବସ୍‌ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ପୁଲିସ ଦୁଇଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Sudargarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe