ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକାନପାଲି ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲରକୁ ପିକଅପ୍ ଭ୍ୟାନ୍ଟି ପଛରୁ ଧକ୍କା ଦେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ କିଛି ଲୋକ ସଂକୀର୍ତ୍ତନ ସାରି ପିକଅପ୍ ଭ୍ୟାନ୍ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରେଲରକୁ ପିକଅପ୍ ଭ୍ୟାନ୍ଟି ପଛରୁ ଧକ୍କା ଦେଇଥିଲା।
ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛି। ଘନ କୁହୁଡ଼ି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର; ୧୦ ଛାତ୍ରଛାତ୍ରୀ ସମେତ ଶିକ୍ଷକ ଆହତ
ଦୁର୍ଘଟଣା ପରେ ଟ୍ରଲର ଡ୍ରାଇଭର ଗାଡ଼ି ଛାଡ଼ି ଚମ୍ପଟ ମାରିଛି।
Accident
ହାତୀ ଆକ୍ରମଣରେ ଗଲା ବନ କର୍ମଚାରୀଙ୍କ ଜୀବନ
ଗତକାଲି କଣ୍ଟାବାଞ୍ଜି ରେଞ୍ଜ ଢୋଲମଣ୍ଡଳ ସେକ୍ସନର ବାନ୍ଧନପାଲି ଗାଁ ଭିତରକୁ ଏକ ହାତୀ ପଲ ପଶି ଆସିଥିଲେ।
Accident
ହାତୀ ଆକ୍ରମଣରେ ତିନି ବନ କର୍ମଚାରୀ ଗୁରୁତର
ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
Accident
ଭୁଶୁଡ଼ିଲା ନିର୍ମାଣାଧୀନ ଟନେଲ; ଜଣେ ମୃତ, ୩ ଗୁରୁତର
ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଏକ ନିର୍ମାଣାଧୀନ ଟନେଲ ଭୁଶୁଡି ପଡିଛି।