Advertisment

ଅଧା ରହିଲା ତାରିଣୀ ଦର୍ଶନ; ଦୁର୍ଘଟଣାରେ ଚାଲିଗଲା ୮ ଜୀବନ

ଦୁର୍ଘଟଣାରେ ଭ୍ୟାନ୍‌ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି।

ଅଦ୍ୟତନ ହୋଇଛି
Road accident

Road accident

Advertisment

ମା’ ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଏକ ଭ୍ୟାନରେ ଖୁସିରେ ବାହାରିଥିଲେ ଦୁଇଟି ପରିବାର। ହେଲେ ସେମାନେ ଖୁସି ବେଶୀ ସମୟ ରହି ନଥିଲା।  ଗୋଟିଏ ସେକେଣ୍ଡରେ ପାଣି ଫୋଟାକା ପରି ମିଳାଇ ଯାଇଥିଲା। ତାରିଣୀ ମନ୍ଦିର ମାତ୍ର ୩ କିଲୋମିଟର ଥିବା ବେଳେ ଘଟିଥଲା ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୨ ଜଣ ଗୁରୁତର ଆହତ ହୋଇଛନ୍ତି।  କେନ୍ଦୁଝର ଜିଲ୍ଲା NH ୨୦ ବାଲିଯୋଡ଼ି ନିକଟରେ ଆଜି ଭୋରରୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ମୃତାହତଙ୍କ ଘର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରେ ୩ଜଣ ମହିଳା, ୪ଜଣ ପୁରୁଷ ଓ ଗୋଟିଏ ଛୋଟ ଛୁଆ ଥିବା ଜଣାଯାଇଛି। 

ଏକ ଭ୍ୟାନ୍‌ରେ ଦିଗପହଣ୍ଡିରୁ ଦୁଇ ପରିବାରରର ଡ୍ରାଇଭର ସମେତ ୨୧ ଜଣ ତାରିଣୀ ଦର୍ଶନ ପାଇଁ ଆସୁଥିଲେ। ଆଜି ଭୋର ପ୍ରାୟ ୫ଟା ସମୟରେ NH ୨୦ ବାଲିଯୋଡ଼ି ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍‌ଟି ପଛରୁ ଧକ୍କା ଦେଇଥିଲା।  ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ୪ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୨୦ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ପ୍ରଥମେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ୬ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥା଼ନାନ୍ତର କରାଯାଇଛି।  ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ପରେ ପୋଡ଼ାମାରୀ ଗାଁରେ ଶୋକର ଛାୟା ଖେଳିଯାଇଛି। କାନ୍ଦବୋବାଳିରେ ଫାଟିପଡୁଛି ଘରଅଗଣା। ସଂପର୍କୀୟ ଓ ପ୍ରିୟଜନଙ୍କୁ ହରାଇ ସମସ୍ତେ ମ୍ରିୟମାଣ ହୋଇପଡିଛନ୍ତି ।

Advertisment

ଦୁର୍ଘଟଣାରେ ଭ୍ୟାନ୍‌ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କୁହୁଡି ଯୋଗୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।୩ ମୃତକ ପୂର୍ବତନ ରାଜ୍ୟସଭା ସାଂସଦ ରେଣୁବାଳା ପ୍ରଧାନଙ୍କ ସମ୍ପର୍କୀୟ ଥିବା ଜଣାଯାଇଛି।  ଅନ୍ୟପକ୍ଷରେ ଘଟଗାଁ ଥାନାରେ ଭ୍ୟାନ ଡ୍ରାଇଭର  ଆତ୍ମସର୍ମପଣ କରିଛି।

ଘଟଗାଁ ନିକଟରେ ସଡକ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ
ଅନୁକମ୍ପା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆହତ ମାନଙ୍କୁ ମଗଣାରେ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

 ସେହିପରି ବିଜେପିର ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ମଧ୍ୟ ଘଟଗାଁ ନିକଟରେ ଘଟିଥିବା ସଡକ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ପାଇଁ ମା' ତାରିଣୀଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

Roadaccident Kendujhar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe