ରାସ୍ତାକଡ଼କୁ ଓଲଟିଲା ବରଯାତ୍ରା ବସ୍। ଦୁର୍ଘଟଣାରେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ତିହୁଡି ନହରଣା ମୁଖ୍ୟରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ବିଳମ୍ବିତ ରାତିରେ ବାବାମଣି ନାମକ ଏକ ବସ୍ ବରଯାତ୍ରୀଙ୍କୁ ଧରି ବାଲିକୁଦାରୁ ଧନୁହରବେଲାରୀ ଫେରୁଥିଲା। ତିହୁଡି ନହରଣା ମୁଖ୍ୟରାସ୍ତାରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୮ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି।
Also Read
ଆହତ ମାନଙ୍କୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ବାଲିକୁଦା ପୁଲିସ ଘଟଣାର ତଦନ୍ତ କରୁଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ରୋଲରକୁ ପିଟିଲା ବସ୍, ୧୫ ଆହତ
ଆଜି ସକାଳେ ବସ୍ଟି ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା
Accident
ବାଇକ୍ରେ ଯାଉଥିଲେ; ୪ ଯୁବକଙ୍କ ଉପରେ ମାଡ଼ିଗଲା ମାଲବାହୀ ଟ୍ରକ୍
ଆଜି ସକାଳେ ବୈପାରୀଗୁଡ଼ା ବ୍ଲକ ବିଚଲକଟା ଗ୍ରାମର ୪ଜଣ ଯୁବକ ବାଇକ୍ ଯୋଗେ କୌଣସି କାମରେ ଯାଉଥିଲେ।
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।