Advertisment

ରାସ୍ତାକଡ଼କୁ ଓଲଟିଲା ବରଯାତ୍ରା ବସ୍; ୮ ଆହତ

ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା।

Road accident

Road accident

Advertisment

ରାସ୍ତାକଡ଼କୁ ଓଲଟିଲା ବରଯାତ୍ରା ବସ୍। ଦୁର୍ଘଟଣାରେ ୮ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ତିହୁଡି ନହରଣା ମୁଖ୍ୟରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ବାବାମଣି ନାମକ ଏକ ବସ୍ ବରଯାତ୍ରୀଙ୍କୁ ଧରି ବାଲିକୁଦାରୁ ଧନୁହରବେଲାରୀ ଫେରୁଥିଲା। ତିହୁଡି ନହରଣା ମୁଖ୍ୟରାସ୍ତାରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୮ରୁ ଅଧିକ ବରଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଆହତ ମାନଙ୍କୁ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ବାଲିକୁଦା ପୁଲିସ ଘଟଣାର ତଦନ୍ତ କରୁଛି ।

Advertisment
Jagatsinghpur Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe