ବୌଦ୍ଧ ଜିଲ୍ଲା ମର୍ଜାକୁଦ ବ୍ରିଜରୁ ମହାନଦୀକୁ ଡେଇଁ ପଡ଼ିଲେ ନାବାଳିକା। କିଛି ସମୟ ଖୋଜାଖୋଜି କରିବା ପରେ ନାବାଳିକାଙ୍କୁ ନଦୀରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣଙ୍କ ନବମ ଶ୍ରେଣୀରେ ପାଠ ପଢ଼ୁଛନ୍ତି।
ଆଜି ସକାଳେ ନାବାଳିକା ଜଣଙ୍କ ମର୍ଜାକୁଦ ବ୍ରିଜ ଉପରେ ଚପଲ ରଖି ହଠାତ୍ ମହାନଦୀକୁ ଡେଇଁ ପଡ଼ିଥିଲେ। ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଏହା ଦେଖି ଜୋରରେ ଚିତ୍କାର କରିଥିଲେ। ମହା ନଦୀରେ ଥିବା ନାଉରିଆ ଲୋକଙ୍କ ଚିତ୍କାର ଶୁଣି ନାବାଳିକାଙ୍କୁ ଉଦ୍ଧାର କରିବା ପାଇଁ ଖୋଜାଖୋଜି କରିଥିଲେ।
Also Read
କିଛି ସମୟ ଧରି ଖୋଜାଖୋଜି କରିବା ପରେ ନାବାଳିକାଙ୍କୁ ନଦୀରୁ ଉଦ୍ଧାର କରିଥିଲେ। ପରେ ଆମ୍ବୂଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ନାବାଳିକା ଜଣଙ୍କ କାହିଁକି ମହାନଦୀକୁ ଡେଇଁ ପଡ଼ିଲେ, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।