ଆଖି ଲାଗିଯିବାରୁ ଘଟିଲା ଅଘଟଣ। ଗଛରେ ପିଟି ହୋଇ ବିଲକୁ ଓଲଟି ପଡ଼ିଲା ପିକଅପ୍ ଭ୍ୟାନ । ବୌଦ୍ଧ ଥାନା ବୁରପଟା ଛକ ନିକଟରେ ଆଜି ସକାଳୁ ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୯ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ।
ଆହତ ଶ୍ରମିକମାନେ ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଅଭିମୁଖେ ଯାଉଥିଲେ। ଗାଡ଼ିଟି ବୌଦ୍ଧ ଥାନା ବୁରପଟା ଛକ ଅତିକ୍ରମ କରୁଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଖି ଯାଇଥିଲା। ଫଳରେ ସେ ନିୟନ୍ତ୍ରଣ ହରାଇବାରୁ ଗାଡ଼ିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଗାଡ଼ିଟି ଦ୍ରୁତ ଗତିରେ ଥିବାରୁ ତାହା ନିକଟସ୍ଥ ବିଲରେ ପଶି ଓଲଟି ଯାଇଥିଲା।
Also Read
ଗାଡ଼ିରେ ଥିବା ଶ୍ରମିକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଖବର ପାଇ ପୁଲିସ୍ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି। ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।