Advertisment

Accident: ଘାଟିରେ ଓଲଟି ପଡ଼ିଲା ଯାତ୍ରାପାର୍ଟି ବସ୍‌; ଯାତ୍ରା ସାରି ଫେରୁଥିଲେ କଳାକାର

ଦେବଗଡ଼ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଏକ ଯାତ୍ରାପାର୍ଟି ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ କଳାକାର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

BusBus
Advertisment

ଦେବଗଡ଼ ଜିଲ୍ଲା ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗାପଥର ଘାଟିରେ ଏକ ଯାତ୍ରାପାର୍ଟି ବସ୍ ଓଲଟି ପଡ଼ିବାରୁ ୨୦ରୁ ଅଧିକ କଳାକାର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ଆହତଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଏହି କଳାକାରମାନେ ୱେଷ୍ଟର୍ଣ୍ଣ ଯାତ୍ରାପାର୍ଟିର। ଡଙ୍ଗାପଥର ଗାଁରେ ଯାତ୍ରା ସାରି ଫେରୁଥିବା ବେଳେ ସେମାନଙ୍କୁ ନେଇ ଯାଉଥିବା ବସ୍‌ଟି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। 

ସ୍ଥାନୀୟ ଲୋକ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ସମସ୍ତ ଆହତଙ୍କୁ କଂସର ଡାକ୍ତରଖାନାକୁ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଆହତଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। 

Advertisment

ଦୁର୍ଘଟଣା ସଂପର୍କରେ ଖବର ପାଇ ରିଆମାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୁଲିସ୍ ଘଟଣାର ତଦନ୍ତ କରୁଛି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe