Advertisment

ବିଲ ଭିତରକୁ ପଶିଗଲା ବସ୍‌

ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ।

author-image
Jitendra Garnayak
Accident

Accident

ନୟାଗଡ଼ ଜିଲ୍ଲା ବାଣୀଗୋଚ୍ଛା ଥାନା ଶାଳଭଙ୍ଗା ନିକଟରେ ଆଜି ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି।

Advertisment

ଶ୍ରୀ ରଘୁନାଥ ନାମକ ଏହି ଘରୋଇ ବସ୍‌ଟି ଗଞ୍ଜାମ ଜିଲ୍ଲା ବୁଗୁଡ଼ାରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିଲା। ବସ୍‌ରେ ପ୍ରାୟ ୪୫ ଜଣ ଯାତ୍ରୀ ଥିଲେ। ଶାଳଭଙ୍ଗା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥ କଡ଼ରେ ଥିବା ଏକ ବିଲ ଭିତରକୁ ପଶି ଯାଇଥିଲା। ତେବେ ବସ୍‌ଟି ଓଲଟି ନଥିଲା। 

ଘଟଣା ସଂପର୍କରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।  

Advertisment
Accident Road Accident