ରୋଗ ପୋକ ଲାଗି ଫସଲ ନଷ୍ଟ ହୋଇଯିବାରୁ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଯିଛି ଚବଲାଙ୍ଗିର ଜିଲ୍ଲା ଲରମ୍ଭାରେ ଥାନା ମୁଦଲସର ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସନ୍ତୋଷ ଜେନା।
ଗତକାଲି ନିଜ ଚାଷ ଜମିରେ ସନ୍ତୋଷ ବିଷ ଖାଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରିଥିଲେ। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା।
Also Read
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ,ସନ୍ତୋଷ ଧାର ଉଧାର କରି ଚାରି ଏକର ଜମିରେ ଧାନ ଓ ମୁଗ ଚାଷ କରିଥିଲେ। ରୋଗ ପୋକ ଲାଗି ଫସଲ ନଷ୍ଟ ହେବାରୁ ସନ୍ତୋଷ ଚିନ୍ତାରେ ଥିଲେ। ସେହି କାରଣରୁ ସନ୍ତୋଷ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।