ସାଇକେଲରେ ଯାଉଥିଲେ ଏକ ଦମ୍ପତି। ପଛପଟୁ ଧକ୍କା ଦେଇ ସେମାନଙ୍କ ଉପରେ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ୍। ଖଣ୍ଡବିଖଣ୍ଡିତ ହୋଇଗଲା ସ୍ତ୍ରୀଙ୍କ ଶରୀର। ସ୍ୱାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ବାସୁଦେବପୁର-ଜାମୁଝାଡ଼ି ରାସ୍ତାର ବେତଡ଼ା ହାଇସ୍କୁଲ ଛକ ନିକଟରେ।
ମୃତ ମହିଳାଙ୍କ ନାଁ ଯଶୋଦା ନାୟକ। ତାଙ୍କ ଘର ବରଣ୍ଡୁଆ ପଞ୍ଚାୟତରେ। ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ତାଙ୍କ ସ୍ୱାମୀଙ୍କୁ ଉଦ୍ଧାର କରି ବାସୁଦେବପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
Also Read
ଟ୍ରକ୍ଟି ଦୁର୍ଘଟଣା ଘଟାଇ ଫେରାର ହୋଇଯାଉଥିଲା। ତେବେ ସ୍ଥାନୀୟ ଲୋକେ ଗୋଡ଼ାଇ ଗୋଡ଼ାଇ ଟ୍ରକ୍ଟିକୁ ଧରିଥିଲେ। ପୁଲିସ୍ ଟ୍ରକ୍କୁ ଜବତ କରିଛି। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।