ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କଙ୍କଣା ଗାଁରେ ଘଟିଛି ଅଘଟଣ। ଘରେ ଫ୍ୟାନ୍ ଲଗାଉଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ତାଙ୍କ ନାଁ ସୁଲୋଚନା ନାୟକ।
Also Read
ସୂଚନା ଅନୁଯାୟୀ, ସୁଲୋଚନା ଆଜି ସକାଳେ ଘରେ ଫ୍ୟାନ୍ ଲଗାଉଥିବା ବେଳେ ଏକ ଜୀବନ୍ତ ବିଦ୍ୟୁତ୍ ତାର ତାଙ୍କ ଦେହରେ ଗୋଡ଼େଇ ହୋଇ ଯାଇଥିଲା। ଏହି ତାରରୁ ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିବା ବେଳେ ତାଙ୍କ ଚିତ୍କାର ଶୁଣି ପରବାର ଲୋକେ ଦୌଡ଼ି ଆସି ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରିଥିଲେ।
ପରିବାର ଲୋକେ ସୁଲୋଚନାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
ରିପୋର୍ଟ- କାମାକ୍ଷାନଗରରୁ ବିଦ୍ୟାଧର ବରାଳ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।