ଧାନ ପେଶା ମେସିନରେ ଚାପି ହୋଇ ଚାଲିଗଲା ଜଣେ ମହିଳାଙ୍କ ଜୀବନ। ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ ସୋସୋ ଥାନା ଅଧିନସ୍ଥ କାନପୁର ଗ୍ରାମରେ। ମୃତ ମହିଳା ଜଣଙ୍କ ହେଲେ ବିଜୟ ଖମାରୀଙ୍କ ପତ୍ନୀ ସଂଯୁକ୍ତା ଖମାରୀ।
ଗତକାଲି କାନପୁର ଗାଁକୁ ଧାନ ପେଶା ମେସିନ ଆସିଥିଲା। ଗାଁର ସମସ୍ତ ଲୋକ ନିଜ ନିଜର ଧାନ ଆଣି କୁଟୁଥିଲେ। ସଂଯୁକ୍ତା ମଧ୍ୟ ଧାନ ପେଶିବା ପାଇଁ ଆସିଥିଲେ। ମେସିନିରେ ଧାନ ଢାଳିବା ସମୟରେ ଅସାବଧାନତା ବସତ ପିନ୍ଧା ଲୁଗାଟି ମେସିନିରେ ଗୁଡ଼ାଇ ହୋଇଯାଇଥିଲା। ସଂଯୁକ୍ତା ଧାନ ପେଶା ମେସିନରେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ଅଗ୍ନିଶମ ବାହିନୀ ପହଞ୍ଚି ମେସିନରୁ ସଂଯୁକ୍ତାଙ୍କୁ ମୃତଦେହକୁ ଉଦ୍ଧାର କରିଥିଲେ।
ସଂଯୁକ୍ତାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Also Read
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।