Advertisment

ଭ୍ୟାନ୍‌କୁ ପିଟିଲା ଟ୍ରକ୍‌: ୪ ମୃତ, ୯ ଗୁରୁତର

୪୯ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା।

ଅଦ୍ୟତନ ହୋଇଛି
Accident

Accident

Advertisment

ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଜୁନିଏନ ଗ୍ରାମ ନିକଟରେ ୪୯ ନମ୍ବର ଜାତୀୟ ରାଜପଥରେ ଆଜି ଏକ କୋଇଲା ବୋଝେଇ ଟ୍ରକ୍ ଏକ ପିକ୍‌ଅପ୍ ଭ୍ୟାନ୍‌କୁ ଧକ୍କା ଦେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment
Accidentଦୁର୍ଘଟଣାଗ୍ରସ୍ତ ପିକ୍‌ଅପ୍ ଭ୍ୟାନ୍

ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକ୍ଅପ୍ ଗାଡ଼ିକୁ ବିପରୀତ ଦିଗରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ଜୁନିଏନ ଗ୍ରାମ ନିକଟରେ ପିଟି ଦେଇଥିଲା। ପିକ୍‌ଅପ୍‌ ଭ୍ୟାନ୍‌ଟି ଚୁରମାର ହୋଇଯାଇଥିବା ବେଳେ କୋଇଲା ବୋଝେଇ ଟ୍ରକ୍‌ଟି ରାସ୍ତା ଉପରେ ଓଲଟି ପଡ଼ିଥିଲା। 

 
Road Accident Jharsuguda Accident Accident In Jharsuguda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe