ରୋଗୀ ଆଣିବାକୁ ଯିବାବେଳେ ନିର୍ମାଣାଧୀନ ପୋଲ ଉପରେ ଚଢ଼ିଗଲା ଆମ୍ବୁଲାନ୍ସ। ପରେ ପୋଲ ଉପରେ ଝୁଲି ରହିଲା। ବାଲେଶ୍ୱର ଜିଲ୍ଲା ସଜନାଗଡ଼ ରାସ୍ତା ପୋଡ଼ାଶୁଳ ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର।
ଗତ ରାତି ପ୍ରାୟ ୩ଟା ସମୟରେ ଏକ ଆମ୍ବୁଲାନ୍ସ ଭାଲୁକାଶୁଣି ନିକଟକୁ ଗର୍ଭବତୀ ମହିଳାଙ୍କୁ ଆଣିବାକୁ ଯାଉଥିଲା। ଏହି ସମୟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ପୁଡ଼ାଶୁଳ ନିକଟରେ ନିର୍ମାଣାଧୀନ ପୋଲ ଉପରେ ଚଢ଼ିଯାଇଥିଲା। ପରେ ଆମ୍ବୁଲାନ୍ସ ନିର୍ମାଣାଧୀନ ପୋଲ ଉପରେ ଝୁଲି ରହିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
Also Read
ସୂଚନା ଅନୁଯାୟୀ, ପୁଡ଼ାଶୁଳ ନିକଟରେ ରାସ୍ତାକାମ ସହ ପୋଲ କାମ ମଧ୍ୟ ଚାଲିଛି। ଆମ୍ବୁଲାନ୍ସ ଦୁର୍ଘଟଣା ପରେ ଗର୍ଭବତୀ ମହିଳା ଜଣଙ୍କ ଅନ୍ୟ ଏକ ଆମ୍ବୁଲାନ୍ସରେ ନୀଳଗିରି ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।