Blast
ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢ଼ି ଚାଲିଛି ମୃତ୍ୟୁ ସଂଖ୍ୟା। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ପ୍ରେସ୍ ରିଲିଜ୍ ଜରିଆରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି)ଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ତଥ୍ୟ ଆଧାରରେ ଏସ୍ଆର୍ସିଙ୍କ ତରଫରୁ ଏହି ସୂଚନା ଦିଆଯାଇଛି। ତେବେ ମୃତକଙ୍କ ନାଁ କୁହାଯାଇନାହିଁ।
ଏହି ପ୍ରେସ୍ ରିଲିଜ୍ରେ କୁହାଯାଇଛି ଯେ ଏହି ଘଟଣାରେ ଆହତ ହୋଇ ଆହୁରି ୨୧ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବା ପାଇଁ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇଛନ୍ତି।
ଏହି ଘଟଣାରେ ପ୍ରଥମେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ତା’ପରେ ଗତକାଲି ଆଉ ତିନି ଜଣଙ୍କର ମୃତ୍ୟୁ ଘଟିଥିଲା। ଆଜି ଆଉ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଖଣ୍ଡିଆବନ୍ଧର ୬ ବର୍ଷର ଝିଅ ପ୍ରତୀକ୍ଷା ସାହୁଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ବାପା ହେମନ୍ତ ସାହୁଙ୍କର ଗତକାଲି ମୃତ୍ୟୁ ହୋଇଥିଲା। ସେହିପରି ଆଜି ଭୋରରେ ବ୍ରହ୍ମଗିରିର ଅରଖକୁଦାର ୩୮ ବର୍ଷୀୟ ଶଙ୍କର ବେହେରାଙ୍କର ମୃତ୍ୟୁ ଘଟିଛି। କଟକ ବଡ଼ ଡାକ୍ତରଖାନାର ପ୍ଲାଷ୍ଟିକ୍ ସର୍ଜରୀ ବିଭାଗରେ ଭେଣ୍ଟିଲେଟରେ ତାଙ୍କୁ ରଖା ଯାଇଥିଲା।
ଗତ ୨୯ ତାରିଖରେ ପୁରୀରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିଲା ଏହି ଅଘଟଣ। ସୂଚନା ଅନୁଯାୟୀ, ବାଣ ଫୁଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାହାକୁ ଅନୁମତି ଦିଆଯାଇ ନଥିଲା। ଲୋକେ ପରମ୍ପରା ଅନୁଯାୟୀ ବାଣି ଫୁଟାଇ ଥିଲେ। ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଗୁଡ଼ିକ ଫୁଟି ଯାଇଥିଲା ଓ ଏହି ଅଘଟଣ ଘଟିଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Blast_1717244598.jpg)