Advertisment

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ

ଏହି ଘଟଣାରେ ଆହତ ହୋଇଥିବା ଆହୁରି ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

ଅଦ୍ୟତନ ହୋଇଛି
Explosion

Explosion

Advertisment

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।

Advertisment

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ପାଇଥିବା ତଥ୍ୟ ଆଧାରରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଇଛି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ। ଚିକିତ୍ସାଧୀନ ଅବସ୍ଥାରେ ଏହି ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଥିବା ଆହୁରି ୨୪ ଜଣ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। 

ସରକାର ସ୍ଥିତି ଉପରେ ନଜର ରଖିଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ଦିଗରେ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇ ସାରିଥିବା କୁହାଯାଇଛି। 

Advertisment

ବାଣ ବିସ୍ଫୋରଣ ଘଟଣାରେ ଗୁରୁତର ଆହତ ହୋଇ ଭୁବନେଶ୍ୱରର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ହେଉଥିବା ଖଣ୍ଡିଆବନ୍ଧର ହେମନ୍ତ ସାହୁଙ୍କର ଆଜି ସକାଳେ ମୃତ୍ୟୁ ଘଟିଥିଲା। ସେହିପରି ପରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ସେମାନେ ହେଉଛନ୍ତି ନରେନ୍ଦ୍ର କୋଣର ସୌମ୍ୟରଞ୍ଜନ ସାହୁ ଓ ଖଣ୍ଡିଆବନ୍ଧର ସମୃଦ୍ଧି ସାହୁ। ସୌମ୍ୟରଞ୍ଜନ ସାହୁ ବଳଗଣ୍ଡି ହାଇସ୍କୁଲର ୬ଷ୍ଠ ଶ୍ରେଣୀର ଛାତ୍ର ଥିଲେ। ସେହିପରି ସମୃଦ୍ଧିଙ୍କୁ ମାତ୍ର ୪ ବର୍ଷ ହୋଇଥିଲା। ସୌମ୍ୟରଞ୍ଜନ ସାହୁ ଏମ୍‌ସରେ ଚିକିତ୍ସାଧୀନ ଥିଲେ।  

ଗତ ବୁଧବାର (ମେ’ ୨୯ ତାରିଖ) ପୁରୀରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଥିଲା ଏହି ଅଘଟଣ। ସୂଚନା ଅନୁଯାୟୀ, ‍ବାଣ ଫୁଟାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାହାକୁ ଅନୁମତି ଦିଆଯାଇ ନଥିଲା। ଲୋକେ ପରମ୍ପରା ଅନୁଯାୟୀ ବାଣି ଫୁଟାଇ ଥିଲେ। ତେବେ ବାଣ ଫୁଟାଇଲା ବେଳେ ଏକ ବାଣ ଗଦାରେ ନିଆଁ ପଡ଼ି ଯିବାରୁ ସେଗୁଡ଼ିକ ଫୁଟି ଯାଇଥିଲା ଓ ଏହି ଅଘଟଣ ଘଟିଥିଲା। ଯେଉଁ ବ୍ୟକ୍ତି ସେହି ବାଣ ଫୁଟାଇବା ପାଇଁ ଆଣି ଗଦା କରିଥିଲେ ସେ ମଧ୍ୟ ଗୁରୁତର ଅଛନ୍ତି।  

SRC Puri Firecracker Explosion
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe