ଅନୁଗୋଳ ଜିଲ୍ଲାରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ (ଏଏସ୍ପି) ଭାବେ କାର୍ଯ୍ୟ କରୁଥିବା ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ହୋଇଥିଲା।
ସୁରେଶ ଚନ୍ଦ୍ର ପାଣିଗ୍ରାହୀ ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତେଣୁ ନିଜ ଡ୍ରାଇଭରଙ୍କ ସହ ସେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
Also Read
ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ତେବେ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ। ଏଏସ୍ପି ସୁରେଶ ଚନ୍ଦ୍ର ପାଣିଗ୍ରାହୀଙ୍କ ମୃତ୍ୟୁ ଖବର ପାଇ ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ସହ ଅନୁଗୋଳ ଆରକ୍ଷୀ ଅଧୀକ୍ଷକ (ଏସ୍ପି) ସୁଧାଂଶୁ ଶେଖର ମିଶ୍ର ଓ ଅନ୍ୟ ପୁଲିସ ଅଧିକାରୀ ଏବଂ କର୍ମଚାରୀମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ।
ଅନୁଗୋଳରୁ ବିରଜା ପ୍ରସାଦ ଦାଶଙ୍କ ରିପୋର୍ଟ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଜ ଆଗ୍ରୋ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା କୋଟିଏ ଟଙ୍କାର ସାମଗ୍ରୀ
ଆଜି ଭୋରରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।
Accident
ଫାଟକରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ! ମାଡ଼ିଗଲା ଟ୍ରେନ୍, ୨ ମୃତ
ଟ୍ରେନ୍ ଆସୁଥିବାରୁ ରାତି ପ୍ରାୟ ୯ଟା ବେଳେ କଳୁଙ୍ଗା ରେଳ ଫାଟକ ପଡ଼ିଥିଲା। ଠିକ୍ ସେତିକି ବେଳେ ୫ ଜଣ ଯୁବକ ୩ଟି ବାଇକ୍ରେ ଆସିଥିଲେ। ଫାଟ୍କ ପଡ଼ିଥିବା ଦେଖି ସମସ୍ତେ ରେଳ ଫାଟକ ପାର୍ଶ୍ୱରେ ଗଳି ଟ୍ରାକ୍ ଅତିକ୍ରମ କରୁଥିଲେ।
Accident
ମଦ ନିଶାରେ ଘର ଭାବି ଶୋରିଷ ବାଡ଼ିରେ ଶୋଇଥିଲେ! ତା’ପରେ...
କାଞ୍ଜିପାଣି ଥାନା ଗୁପ୍ତଗଙ୍ଗା ଗାଁର ବାଣେଶ୍ୱର ଯୁଆଙ୍ଗ ସୋମବାର ମଧ୍ୟାହ୍ନରେ ସାଙ୍ଗମାନଙ୍କ ସହିତ ମହାକୁଡ଼ ସାହିକୁ ଯାଇଥିଲେ। ସେଠାରେ ସମସ୍ତେ ମଦ ପିଇଥିବା ଅଭିଯୋଗ ହୋଇଥିଲା। ମଦ ପିଇବା ପରେ ସାଙ୍ଗମାନେ ନିଜ ନିଜ ରାସ୍ତାରେ ପଳାଇଗଲେ।