Advertisment

ଦୁଇ ବାଇକ ମୁହାଁମୁହିଁ ଧକ୍କା; ଦୁଇ ମୃତ, ଦୁଇ ଗୁରୁତର

ରବିବାର ଅପରାହ୍ଣରେ କୋକସରା ଥାନା ଖପରାମାଲ-ବେହେରା ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ୪ ଜଣ ଯୁବକ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଥିଲେ।

Bike

Bike

Advertisment

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲାରେ ଘଟିଛି।

Advertisment

ରବିବାର ଅପରାହ୍ଣରେ କୋକସରା ଥାନା ଖପରାମାଲ-ବେହେରା ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହାଫଳରେ ୪ ଜଣ ଯୁବକ ଗୁରୁତର ଆହତ ହୋଇ ରାସ୍ତାରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପର୍ଲା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ୨ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ ଦୁଇଜଣ ହେଲେ ମୂଷାପାଲି ଗାଁର ଜିତେନ୍ଦ୍ର ଦୁର୍ଗା(୨୪) ଓ ଡ଼ହଗାଁ ର ପବିତ୍ର (୪୦)। ଗୁରୁତରମାନେ ହେଲେ ନୂଆଗାଁର ଗୁପ୍ତେଶ୍ଵର ବାଗ( ୩୮) ଓ ଜିତେନ୍ଦ୍ର ସାଗର(୨୩)। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଧର୍ମଗଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

କୋକସରା ଥାନା ପୁଲିସ ପର୍ଲା ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

Advertisment

ରିପୋର୍ଟ- ଧର୍ମଗଡ଼ରୁ ଇଙ୍ଗିତ ପଣ୍ଡା

Accident Roadaccident Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe