ମହାରାଷ୍ଟ୍ର ନାଗପୁରରେ ଅଘଟଣ। ଏକ ସୋଲାର୍ ଏକ୍ସପ୍ଲୋସିଭ୍(ସୋଲାର ବିସ୍ଫୋରକ) କମ୍ପାନୀରେ ବିସ୍ଫୋରଣ ଘଟି ଅତି କମରେ ଛଅ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଲୋକ ଆହତ ହୋଇଛନ୍ତି।
ସବିଶେଷ ତଥ୍ୟ ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦ ସମୟରେ ସୋଲାର ଇଣ୍ଡଷ୍ଟ୍ରିଜ୍ ଇଣ୍ଡିଆ ଲିମିଟେଡରେ ବିସ୍ଫୋରଣ ଘଟିଥିଲା। ଘଟଣାସ୍ଥଳରେ ଛଅ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି।
Also Read
ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଉଦ୍ଧାରକାରୀ ଟିମ୍ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ନାଗପୁରର ବଜରଗାଓଁ ଅଞ୍ଚଳରେ ଏହି ସୋଲାର୍ ବିସ୍ଫୋରକ କମ୍ପାନୀ ଥିଲା। କିଛି ଦିନ ତଳେ କମ୍ପାନୀ ଭାରତୀୟ ପ୍ରତିରକ୍ଷା ବିଭାଗକୁ ବିସ୍ଫୋରକ ସାମଗ୍ରୀ ଯୋଗାଇ ଦେବାକୁ ଡିଲ୍ କରିଥିଲା। ସେଥିପାଇଁ କମ୍ପାନୀରେ ଜୋରସୋରରେ କାମ ଚାଲିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।