Advertisment

ଡମ୍ଫର ସହ ପିଟି ହୋଇ ଜଳିଗଲା ବସ୍‌; ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ

ଏକ ଡମ୍ଫର ଓ ଘରୋଇ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଛି। ଏହି ଦୁର୍ଘଟଣାରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି ।

author-image
Niharika Rout
Bus Fire

Bus Fire

ମଧ୍ୟପ୍ରଦେଶର ଗୁନା ଅଞ୍ଚଳରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ଫର ଓ ଘରୋଇ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଛି। ଏହି ଦୁର୍ଘଟଣାରେ ବସ୍‌ଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ୧୩ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଏହି ଅଗ୍ନିକାଣ୍ଡରେ ୧୭ ଯାତ୍ରୀ ଆହତ ହୋଇଛନ୍ତି।

Advertisment

ଏକ ଘରୋଇ ବସ୍‌ଟି ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଧରି ଗତ ରାତିରେ ଗୁନା ଅଞ୍ଚଳରେ ଯାଉଥିଲା। ମାତ୍ର ହଠାତ୍‌ ବସ୍‌ଟି ସମ୍ମୁଖରୁ ଆସୁଥିବା ଏକ ଡମ୍ଫର ସହ ଧକ୍କା ହୋଇ ଜଳି ଯାଇଥିଲା। ବସ୍‌ଟି ଆଖି ପିଛୁଳାକେ ହୁତୁହୁତୁ ହୋଇ ଜଳିବା ଆରମ୍ଭ କରିବାରୁ ଯାତ୍ରୀମାନେ ପ୍ରାଣ ବିକଳରେ ରକ୍ଷା ପାଇଁ ଆକୁଳ ଚିତ୍କାର କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ବସ୍‌ କାଚ ଡେଇଁ ନିଜ ଜୀବନ ବଞ୍ଚାଇ ପାରିଥିଲେ।

ଏହି ଦୁର୍ଘଟଣାରେ ୧୩ ଜଣ ଜୀଅନ୍ତା ଜଳି ଯାଇଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି। ଖବର ପାଇ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ଏହାପରେ ଆହତଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେମାନେ ବିପଦମୁକ୍ତ ଥିବା ଜଣାଯାଇଛି। 

Advertisment

ଏଥିସହ ବସ୍‌ରୁ ଉଦ୍ଧାର ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ମୃତଦେହଗୁଡ଼ିକ ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ତାହାକୁ ଚିହ୍ନଟ କରିବାକୁ ସମ୍ଭବ ହୋଇ ପାରୁନି। ତେଣୁ ଡିଏନଏ ଟେଷ୍ଟ ପରେ ମୃତଦେହଗୁଡ଼ିକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଗୁନା ଜିଲ୍ଲାପାଳ କହିଛନ୍ତି।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏହି ଦୁର୍ଘଟଣା ଖବର ପାଇ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟତା ବାବଦକୁ ୪ ଲକ୍ଷ ଟଙ୍କା ଘୋଷଣା କରିଛନ୍ତି ।  ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି । ଏଥିସହ ଦୁର୍ଘଟଣା ପଛର କାରଣ ଖୋଜି ବାହାର କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

Madhya Pradesh Road Accident