Advertisment

ରାଜଧାନୀରେ ଜଳିଗଲା ୫ ବସ୍

ଭୁବନେଶ୍ୱର ତମାଣ୍ଡୋରେ ଅଘଟଣ । ଦୀପାବଳି ସମୟରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଭୁବନେଶ୍ୱର ତମାଣ୍ଡୋ ଥାନା ପାତ୍ରପଡା ଛକରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି ।

ଅଦ୍ୟତନ ହୋଇଛି
Bhubaneswar

Bhubaneswar

Advertisment

ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତମାଣ୍ଡୋ ଥାନା ପାତ୍ରପଡ଼ା ଛକରେ ଥିବା ଗୋଟିଏ ଗ୍ୟାରେଜରେ ନିଆଁ ଲାଗି ୫ଟି ବସ୍‌ ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡ ଯୋଗୁ ଗ୍ୟାରେଜରେ ଥିବା ଅନେକ ଟଙ୍କାର ସମ୍ପତ୍ତି ମଧ୍ୟ ନଷ୍ଟ ହୋଇଯାଇଛି। 

Advertisment

ଭୁବନେଶ୍ୱର ତମାଣ୍ଡୋ ଛକ ପାଖ ପାତ୍ରପଡା HDFC ବ୍ୟାଙ୍କ ସାମ୍ନାରେ ଥିବା ଗ୍ୟାରେଜରେ ଏଭଳି ଅଘଟଣ ଘଟିଛି। ଗ୍ୟାରେଜରେ ଓଲଡିଂ ଚାଲିଥିବା ବେଳେ ହଠାତ୍‌ ଗୋଟିଏ ବସରେ ନିଆଁ ଲାଗି ଯାଉଥିଲା। ଏହାପରେ ଆଉ ୪ଟି ବସ୍‌କୁ ମଧ୍ୟ ନିଆଁ ମାଡ଼ି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀର ୪ଟି ଗାଡ଼ି ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଏହାପରେ ଦିନ ୧ରୁ ୪ଟା ଯାଏ ଅଗ୍ନିଶମ କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିଥିଲେ। 

ଅଗ୍ନିକାଣ୍ତ ବେଳେ ବସ୍‌ଗୁଡ଼ିକରେ ଡିଜେଲ ଭର୍ତ୍ତି ହୋଇ ରହିଥିଲା। କିନ୍ତୁ ଅଗ୍ନିଶମ କର୍ମଚାରୀମାନେ ଠିକଣା ସମୟରେ ଏହାକୁ ଆୟତ୍ତ କରି ନେବାକୁ ଗୋଟିଏ ବଡ଼ ବିପଦ ଟଳି ଯାଇଛି। କାରଣ ଗ୍ୟାରେଜକୁ ଲାଗି ଅନେକ ଘର ଓ ସଂସ୍ଥା ରହିଛି। ଯଦି ଡିଜେଲ ଯୋଗୁ ବିସ୍ଫୋରଣ ହୋଇଥାଆନ୍ତା, ତା’ହେଲେ ନିଆଁ ଅନ୍ୟ ସ୍ଥାନକୁ ମଧ୍ୟ ବ୍ୟାପିବାର ଆଶଙ୍କା ରହିଥିଲା। ତେବେ ଅଗ୍ନିଶମ କର୍ମଚରୀଙ୍କ ପରିଶ୍ରମ ଯୋଗୁ କୌଣସି ବଡ଼ ଅଘଟଣ ଘଟି ନାହିଁ। 

Advertisment
Fire Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe