Accident
ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲାର ବାଘମାରୀ-ବେଗୁନିଆ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।
Advertisment
ଗତକାଲି ରାତିରେ 'ଚକାଡ଼ୋଳା' ଯାତ୍ରୀବାହୀ ବସ୍ ବରଗଡରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍ଟି ବେଗୁନିଆ - ବାଘମାରୀ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ବିଲରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୁଲିସ୍ ପହଞ୍ଚି ଆହତମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ କିଛି ଗୁରୁତରଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
