Advertisment

ରାସ୍ତାକଡ଼କୁ ଓଲଟିଲା ବସ୍, ୧୦ ଆହତ

ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

Accident

Accident

Advertisment

ରାତି ଅଧରେ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲାର ବାଘମାରୀ-ବେଗୁନିଆ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।

Advertisment

ଗତକାଲି ରାତିରେ 'ଚକାଡ଼ୋଳା' ଯାତ୍ରୀବାହୀ ବସ୍ ବରଗଡରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା। ବସ୍‌ଟି ବେଗୁନିଆ - ବାଘମାରୀ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ବିଲରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ୧୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।

ଖବର ପାଇ ତୁରନ୍ତ ସ୍ଥାନୀୟ ଲୋକେ ଓ ପୁଲିସ୍‌ ପହଞ୍ଚି ଆହତମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିଲେ। ସେମାନଙ୍କ ମଧ୍ୟରୁ କିଛି ଗୁରୁତରଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।

Advertisment
Accident Khorda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe