Advertisment

ବ୍ରିଜ ତଳକୁ ଖସିଲା ବସ୍‌, ଭିତରେ ଥିଲେ ୪୫ ଯାତ୍ରୀ

ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍‌ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।

Accident

Accident

Advertisment

କାଳିଜାଇ ବୁଲିବା ନିମନ୍ତେ ହସଖୁସି ମନରେ ଘରୁ ବାହାରିଥିଲେ। ଭାବିଥିଲେ, ବୁଲାବୁଲି କରି ଭଲରେ ଭଲରେ ଘରକୁ ଫେରିବେ। ମାତ୍ର ଆଶା ପାଣି ଫୋଟକା ପରି ମିଳାଇଗଲା। କାରଣ ମଝି ରାସ୍ତାରେ ବସ୍‌ଟି ବ୍ରିଜ ତଳକୁ ଖସି ପଡ଼ିଥିଲା।

Advertisment

ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଗତକାଲି ବିଳମ୍ବିତ ରାତିରେ ନୟାଗଡ଼ ଜିଲ୍ଲା ରଣପୁର ଖଣ୍ଡିସି ଛକ ନିକଟରେ ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି।

ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍‌ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ। ମାତ୍ର ବସ୍‌ଟି ମଧ୍ୟ ରାତ୍ରିରେ ଖଣ୍ଡିସି ଛକ ନିକଟରେ ବସ ଟି ଭାରସାମ୍ୟ ହରାଇ ବ୍ରିଜର ବାଡ଼ାକୁ ପିଟିଥିଲା। ଏହାପରେ ବସ୍‌ଟି ୧୫ ଫୁଟ ତଳକୁ ଖସି ପଡ଼ିଥିଲା।

Advertisment

ସ୍ଥାନୀୟ ବାସିନ୍ଦା ସଙ୍ଗେ ସଙ୍ଗେ ପୁଲିସ୍‌ ଓ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ଏହାପରେ ତୁରନ୍ତ ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନଙ୍କୁ ବସ୍‌ରୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪୦ ଜଣ ଆହତ ହୋଇଛନ୍ତି।

ପ୍ରଥମେ ଆହତମାନଙ୍କୁ ରଣପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଓ ଚାନ୍ଦପୁର ମେଡିକାଲରେ ଆମ୍ବୁଲାନ୍ସ ଯୋଗେ ଭର୍ତ୍ତି କରାଯାଇଥିଲା। ମାତ୍ର କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି।

Accident Nayagarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe