Advertisment

ଡମ୍ଫରରେ ପିଟି ହେଲା ବସ୍‌, ୧୫ ଗୁରୁତର

ପୁରୀରୁ ପଶ୍ଚିମବଙ୍ଗ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଗୁରୁତର ହୋଇଛନ୍ତି।

Accident

Accident

Advertisment

ବାଲେଶ୍ୱର ଜିଲ୍ଲା ୬୦ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁରୀରୁ ପଶ୍ଚିମବଙ୍ଗ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୫ ଜଣ ଗୁରୁତର ହୋଇଛନ୍ତି।

Advertisment

‘ବାବା ସୋନା ଟ୍ରାଭେଲ୍ସ’ ନାମକ ବସ୍‌ରେ ୬୫ରୁ ଉର୍ଦ୍ଧ୍ଵ ଯାତ୍ରୀ ଥିଲେ। ଯାତ୍ରୀମାନେ ପୁରୀରୁ ମହାପ୍ରଭୁଙ୍କ ଦର୍ଶନ ସାରି ପଶ୍ଚିମବଙ୍ଗର ସୋନାମୁଖୀ ଜିଲ୍ଲା ବାଙ୍କୁଡା ଅଭିମୁଖେ ଫେରୁଥିଲେ।

ବସ୍‌ଟି ନିଧିପଣ୍ଡା ନିକଟରେ ଗତି କରୁଥିବା ବେଳେ ଆଗ ଚକା ଫାଟି ଯାଇଥିଲା। ଏହି ସମୟରେ ବସ୍‌ଟି ସାମନା ପଟୁ ଆସୁଥିବା ଡମ୍ଫରକୁ ଧକ୍କା ଦେଇଥିଲା। ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡମ୍ଫର୍ ଚାଳକ ଗାଡ଼ି ସହ ଫେରାର ହୋଇ ଯାଇଛନ୍ତି।

Advertisment

ଖବର ପାଇ ତୁରନ୍ତ ପୁଲିସ୍‌ ପହଞ୍ଚି ଗୁରୁତରମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛନ୍ତି। ପୁଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। 

Balasore Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe