Advertisment

ଟ୍ରକ୍‌କୁ ପିଟିଲା ବସ୍‌; ଚାଲିଗଲା ଜଣଙ୍କ ଜୀବନ, ୨୦ ଆହତ

ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।

Accident

Accident

Advertisment

ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଷୋହଳ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୨୦ ଜଣ ଗୁରୁତର ଆହତ ହୋଇଛନ୍ତି ।

Advertisment

ଗତ ରାତିରେ ପ୍ରାୟ ୫୦ ଯାତ୍ରୀଙ୍କୁ ଧରି ‘ରାଜା’ ନାମକ ବସ୍‌ ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ରାତି ପ୍ରାୟ ୩ଟା ବେଳେ ଜାରକା ନିକଟରେ ରାସ୍ତାରେ ଠିଆ ହୋଇ ଥିବା ଏକ ଟ୍ରକ୍‌କୁ ଦ୍ରୁତ ଗତିରେ ଆସୁଥିବା ‘ରାଜା’ ବସ୍‌ ଧକା ଦେଇଥିଲା।

ଦୁର୍ଘଟଣା ଏତେ ଜୋର ଥିଲା ଯେ ଘଟଣା ସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଧକ୍କା ଯୋଗୁ ପ୍ରାୟ ୨୦ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି।

Advertisment

ଗୁରୁତର ଦୁଇ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଧର୍ମଶାଳା ମେଡିକାଲରେ ପ୍ରାଥମିକ ଚିକିତ୍ସ ପରେ ଛାଡି ଦିଆଯାଇଛି। ଦୁର୍ଘଟଣା ଘଟାଇଥିବା ବସ୍‌କୁ ପୁଲିସ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Accident Jajpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe