କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ।
ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି।
ସେ ତାଳଦଣ୍ଡା କେନାଲରେ ବୁଡ଼ିଯାଇଥିବା ସନ୍ଦେହ କରାଯାଉଛି। ସେଥିପାଇଁ ଘଟଣାସ୍ଥଳରେ ମଧୁପାଟଣା ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ପହଞ୍ଚି ଖୋଜାଖୋଜି କରୁଛନ୍ତି। ସନ୍ଧ୍ୟା ସୁଦ୍ଧା ତାଙ୍କର ପତ୍ତା ମିଳିନାହିଁ।
ଅନ୍ୟପକ୍ଷରେ ସେ ତାଳଦଣ୍ଡା କେନାଲରେ ବୁଡ଼ି ଯାଇଥିବା ନେଇ କୌଣସି ସ୍ପଷ୍ଟ ସୂଚନା ନଥିବାରୁ ପୁଲିସ୍ ତାଙ୍କୁ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଖୋଜାଖୋଜି କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମଝି ସମୁଦ୍ରରେ ଟଳି ପଡ଼ିଲେ ବନ କର୍ମଚାରୀ, ପାଟ୍ରୋଲିଂ ପାଇଁ ଯାଇଥିଲେ
ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିଲେ। ସେଠାରେ ଅନ୍ୟମାନଙ୍କ ସହ ମିଶି ବେଆଇନ ଭାବେ ମାଛ ମାରୁଥିବା ଏକ ଟ୍ରଲରକୁ ଧରିଥିଲେ। ମାତ୍ର ଏହାପରେ ଛାତିରେ ଯନ୍ତ୍ରଣା ହେଲା ଓ ଟଳିପଡିଲେ ବନକର୍ମଚାରୀ ।
Accident
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।