ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ୍ ନିକଟରେ ଏକ ସ୍କୁଟି ଓ କାର୍ ମଧ୍ୟରେ ହୋଇଛି ଧକ୍କା। ଏଥିରେ ସ୍କୁଟି ଚାଳକ ଓ କାର୍ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ସ୍କୁଟିଟି ୟୁ ଟର୍ନ ନେଉଥିବା ବେଳେ କାର୍ଟି ଏହାକୁ ପଛ ପଟୁ ପିଟି ଦେଇଥିଲା। କାର୍ଟି ଏତେ ଜୋରରେ ଧକ୍କା ଦେଇଥିଲା ଯେ ସ୍କୁଟିଟି ଚୁରମାର ହୋଇଯାଇଛି। କାରର ସମ୍ମୁଖ ଭାଗ ମଧ୍ୟ ନଷ୍ଟ ହୋଇଯାଇଛି।
Also Read
କାର୍ ଧକ୍କାରେ ସ୍କୁଟି ଚାଳକ କିଛି ବାଟ ଘୋଷାଡ଼ି ହୋଇ ଯାଇ ପଡ଼ିଥିଲେ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି। ପୁଲିସ୍ ଘଟଣାସ୍ଥଳ ଯାଞ୍ଚ କରିବା ସହିତ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହସ୍ପିଟାଲରେ ପିଟି ହୋଇଗଲା ହେଲିକପ୍ଟର, ୪ ମୃତ
ହେଲିକପ୍ଟରଟି ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ବେଳେ ହସ୍ପିଟାଲ ବିଲଡିଂ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାର କାରଣ ଜଣାପଡ଼ି ନଥିଲେ ହେଁ ଘନ କୁହୁଡ଼ି ଯୋଗୁ ଏପରି ଘଟଣା ଘଟିଥିବା କୁହାଯାଉଛି।
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।