Advertisment

ରାୟଗଡ଼ା କଲର୍ଭଟ ଭୁଶୁଡ଼ିବା: ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଦୁର୍ଘଟଣା ପାଇଁ ଗଭୀର ସମବେଦନା ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।

ଅଦ୍ୟତନ ହୋଇଛି
undefined

Bridge

Advertisment

ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁରଠାରେ ଏକ ନିର୍ମାଣାଧୀନ କଲର୍ଭଟ ଭାଙ୍ଗି ଯିବା ଘଟଣାରେ ଦାୟୀ କର୍ମଚାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ।

Advertisment

ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଦୁର୍ଘଟଣା ପାଇଁ ଗଭୀର ସମବେଦନା ବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ନିର୍ମାଣାଧୀନ କଲର୍ଭଟ ଭୁଷୁଡ଼ିବା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି ।

ଉଲ୍ଲେଖଯୋଗ୍ୟ, ଆଜି ସକାଳେ ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକର ଉପରସଜା ଗାଁଠାରେ ଏକ ନିର୍ମାଣାଧୀନ କଲର୍ଭଟ ଭାଙ୍ଗିଯିବାରୁ ୪ଜଣ ଶିଶୁଙ୍କ ସମେତ ମୋଟ ୫ଜଣଙ୍କ ମୃତ୍ୟୁ ହୋଇଛି । ପିଲାମାନେ ସକାଳେ ସେହି କଲର୍ଭଟ ନିକଟରେ ଗାଧେଉଥିବାବେଳେ ବର୍ଷା ଜଳରେ ସେହି କଲର୍ଭଟଟି ଭୁଷୁଡ଼ି ପଡ଼ିଥିଲା ।

Advertisment
Raygada Bridge Collapse
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe