Advertisment

ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ କଣ୍ଟେନର

ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର ଗାଡ଼ି ଛାଡ଼ି ଫେରାର ହୋଇ ଯାଇଛନ୍ତି।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ମୟୂରଭଞ୍ଜ ଜିଲ୍ଲା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ କଣ୍ଟେନର ଭାରସାମ୍ୟ ହରାଇ  ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୨୦ରୁ ଅଧିକ ଗୋରୁଙ୍କର ମୃତ୍ୟୁ ଘଟିଛି।

Advertisment

ଆଜି ସକାଳେ ଏକ କଣ୍ଟେନରରେ ୫୦ରୁ ଅଧିକ ଗୋରୁ କେନ୍ଦୁଝରରୁ କୋଲକାତାକୁ ଚାଲାଣ ହେଉଥିଲା। ଏହି ସମୟରେ ବାଙ୍ଗିରିପୋଷି ଘାଟିରେ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୨୦ରୁ ଅଧିକ ଗୋରୁଙ୍କ ମୃତ୍ୟୁ  ଘଟିଥିବା ବେଳେ ଅନେକ ଗୋରୁଙ୍କ ଆହତ ହୋଇଛନ୍ତି। 

ଆହତ ଗୋରୁଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା କରଯାଇଛି। ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର ଗାଡ଼ି ଛାଡ଼ି ଫେରାର ହୋଇ ଯାଇଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Mayurbhanj
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe