Advertisment

ଲୁଗା ଧୋଇବାକୁ ଯାଇଥିଲେ ମହିଳା,ଟାଣିନେଇ ଖାଇଦେଲା କୁମ୍ଭୀର

ଆଜି ସକାଳେ ଜୋସ୍ନା ବିରୂପା ନଦୀକୁ ଲୁଗା ଧୋଇବାକୁ ଯାଇଥିଲେ।

author-image
Tapaswini Nayak
Crocodile

Crocodile

ମହିଳାଙ୍କୁ ଟାଣିନେଇ ଖାଇଦେଲା କୁମ୍ଭୀର। ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ପାଟପୁର ଠାରେ। ମୃତ ମହିଳା ଜଣଙ୍କ ହେଲେ ଅନାମ ଚରଣ ଜେନାଙ୍କ ପତ୍ନୀ ଜୋସ୍ନା ଜେନା।

Advertisment

ଆଜି ସକାଳେ ଜୋସ୍ନା ବିରୂପା ନଦୀକୁ ଲୁଗା ଧୋଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ କୁମ୍ଭୀର ଟାଣିନେଇଥିଲା। ଏନେଇ ଗ୍ରାମବାସୀ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍‌ ପହଞ୍ଚି ଜୋସ୍ନାଙ୍କ ଖୋଜାଖୋଜି କରିଥିଲେ। କିଛି ସମୟ ଖୋଜାଖୋଜି କରିବା ପରେ ମହିଳାଙ୍କ ଖଣ୍ଡବିଖଣ୍ଡ ମୃତଦେହ ନଦୀରୁ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

ଏହି ଘଟଣାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ବିରୂପା ନଦୀରେ କୁମ୍ଭୀର ଥିବା ନେଇ ବନ ବିଭାଗକୁ ବାରମ୍ବାର ଅବଗତ କରାଇଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରଯାଇ ନାହିଁ। ପ୍ରଶାସନ ପକ୍ଷରୁ ମଧ୍ୟ ଲୋକମାନଙ୍କୁ ସଚେତନା କରାଯାଇନାହିଁ କି ନଦୀକୁ ଯିବାକୁ ଲୋକଙ୍କୁ ବାରଣ କରାଯାଇନାହିଁ।

Advertisment
Jajpur