/odisha-reporter/media/post_attachments/uploadimage/library/16_9/16_9_0/Elephant_1698296135.jpg)
Elephant
କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ଜେନାପଦା ବିଟ୍ ଅଂଶୁପା ରାସ୍ତାର ପେଟ୍ରୋଲ ଟାଙ୍କି ନିକଟ କାଜୁ ଜଙ୍ଗଲରୁ ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ଦୁଇରୁ ତିନି ଦିନ ତଳୁ ହାତୀଟିର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ତେବେ ହାତୀଟିର କିପରି ମୃତ୍ୟୁ ଘଟିଲା ତାହା ସ୍ପଷ୍ଟ ହୋଇନାହିଁ।
ତେବେ ହାତୀଟିକୁ କେହି ଶିକାର କରିଛି ନା କୌଣସି ରୋଗକ୍ରାନ୍ତ ହୋଇ ମୃତ୍ୟୁ ହୋଇଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଆଠଗଡ଼ ବନବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
୨୫ ତାରିଖରେ କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ବାମେବାରୀ ସେକ୍ସନ୍ ନୟାଗଡ଼ ବିଟ୍ ଜଗନ୍ନାଥପୁର ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ମାଈହାତୀର ମୃତ୍ୟୁ ଘଟିଥିଲା।
ସୂଚନାଯୋଗ୍ୟ, ୨୦୧୫-୧୬ରୁ ୨୦୨୩-୨୪ (୨୫.୦୯.୨୦୨୩) ମସିହା ସୁଦ୍ଧା ରାଜ୍ୟରେ ୬୯୮ଟି ହାତୀଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ରୋଗ, ବିଦ୍ୟୁତ୍ ଆଘାତ, ରେଳ ଦୁର୍ଘଟଣା, ଶିକାର, ବିଷ ପ୍ରୟୋଗ ଇତ୍ୟାଦି କାରଣ ଯୋଗୁ ଏହି ହାତୀମାନଙ୍କର ମୃତ୍ୟୁ ଘଟିଛି। ଗତ ବିଧାନସଭାର ମୌସୁମୀ ଅଧିବେଶନରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗୃହରେ ଏହି ତଥ୍ୟ ଦେଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
