Advertisment

ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା ୪ ଛୁଇଁଲା

ଏହି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଥିବା ବେଳେ ଆଉ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଅଦ୍ୟତନ ହୋଇଛି
Medical

Medical

Advertisment

ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁ ଉପରପଡ଼ାରେ ଗତ ୧୦ ତାରିଖରେ ଗ୍ୟାସ ସିଲିଣ୍ଡର ଫାଟିବା ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ଦୁଇ ମହିଳା ଓ ଜଣେ ପୁରୁଷ ଅଛନ୍ତି। ସେହିପରି ସେମାନଙ୍କର ଜଣେ ପଡ଼ୋଶୀଙ୍କର ମଧ୍ୟ ମୃତ୍ୟୁ ଘଟିଛି।

Advertisment

ଏହି ବିସ୍ଫୋରଣରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ଗତ ୧୨ରେ ଜଣେ ଓ କାଲି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ରାଉରକେଲାର ଏକ ଘରୋଇ ମେଡିକାଲରେ ଆଜି ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଏହି ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଥିବା ବେଳେ ଆଉ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

ଗତ ୧୦ ତାରିଖ ସନ୍ଧ୍ୟାରେ କାନୁଟ ଗାଁ ଉପରପଡ଼ାରେ ଅଦାବରିଆ ପରିବାରର ଘରେ ୬ ଜଣ ବସି ଟିଭି ଦେଖୁଥିଲେ। ସେହି ସମୟରେ ରୋଷେଇ ଘରେ ଥିବା ଗ୍ୟାସ୍ ସିଲିଣ୍ଡର ଫାଟି ନିଆଁ ଲାଗି ଯାଇଥିଲା। ଫଳରେ ୬ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଓ ଜଣେ ପୁରୁଷ ଥିଲେ। ତୁରନ୍ତ ସେମାନଙ୍କୁ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରା ଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ରାଉରକେଲାକୁ ସ୍ଥାନାନ୍ତର କରାଯାଇଥିଲା।

Advertisment
Gas Cylinder Blast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe