Advertisment

ସିଂହଦ୍ୱାର ନିକଟରେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଲା ବେଳେ ସିଂହ ଦ୍ୱାର ନିକଟରେ ମହିଳା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ।

puri

Puri

Advertisment

ପୁରୀ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।

Advertisment

ଗତକାଲି ମହିଳା ଜଣଙ୍କ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ପୁରୀ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଲା ବେଳେ ସିଂହ ଦ୍ୱାର ନିକଟରେ ମହିଳା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେ ଅଚେତ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି ।

ସୂଚନାଯୋଗ୍ୟ,ଗତକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପିତ ହୋଇଥିଲା। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ।

Advertisment
Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe