ଟ୍ରକ୍ ଦୁର୍ଘଟଣାରେ ଚାଳକ ମୃତ। ମୃତକଙ୍କ ନାଁ ତିରୁପତି ସିଂ ହୋଥିବା ବେଳେ ତାଙ୍କ ଘର ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ମାଣ୍ଡବିସୀ ଗାଁରେ।
ଏଭଳି ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା ଅନ୍ତର୍ଗତ ଖଇଁରା ବିଜୁ ଏକ୍ସପ୍ରେସ ନିକଟରେ। ଆଜି ସକାଳ ସମୟରେ କିଛି ଟ୍ରକ ଆଗ ପଛ ହୋଇ ଦୃତ ଗତିରେ ଯାଉଥିଲେ। ସେଥି ମଧ୍ୟରୁ ଗୋଟିଏ ଟ୍ରକ ନିଜର ଭାରସାମ୍ୟ ହରାଇ ଆଗରେ ଯାଉଥିବା ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ଟିର ଆଗ ପାଟ ସମ୍ପୁର୍ଣ୍ଣ ଭାଙ୍ଗି ଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ହୋଇଥିଲା ଯେ ଟ୍ରକ୍ ଭିତରେ ଫଶି ଚାଳକଙ୍କ ମୃତ୍ୟୁ ହୋଇଛି।
Also Read
ରାସ୍ତାରେ ଉପରେ ଟ୍ରକଟି ଦୁର୍ଘଟଣା ଗ୍ରସ୍ଥ ହୋଇ ପଡ଼ିବାରୁ ସ୍ଥାନୀୟ ଲୋକେ ବୋଡ଼େନ ଅଗ୍ନିଶମ ବିଭାଗ ଓ ବୋଡେ଼ନ ପୁଲିସକୁ ଖବର ଦେଇଥିଲେ। ଖବରପାଇ ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଟ୍ରକରୁ ଚାଳକଙ୍କ ମୃତେହକୁ ଉଦ୍ଧାର କରି ବୋଡେ଼ନ ଡାକ୍ତର ଖାନାକୁ ଶବ ବ୍ୟବଚ୍ଛେଦ କରିବାପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।