ମା’ ତାରିଣୀଙ୍କ ଦର୍ଶନ କରିବାକୁ ଯାଇ ଚାଲିଗଲା ଜୀବନ | Odisha Reporter
ମା’ ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଖୁସିରେ ବାହାରିଥିଲେ ଦୁଇଟି ପରିବାର। ହେଲେ ତାରିଣୀ ମନ୍ଦିର ମାତ୍ର ୩ କିଲୋମିଟର ଥିବା ବେଳେ ଘଟିଥଲା ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରକକୁ ଭ୍ୟାନ୍ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା NH ୨୦ ବାଲିଯୋଡ଼ି ନିକଟରେ ଆଜି ଭୋରରୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି ଜଣାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
