ଚାଷୀଙ୍କୁ ଦଳି ଦେଲା ଦନ୍ତା। ଘଟଣାସ୍ଥଳରେ ଚାଲିଗଲା ଜୀବନ। ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ କାଞ୍ଜିଆମ ଗାଁରେ ଘଟିଛି ଏହି ଘଟଣା।
Also Read
ମୃତକଙ୍କ ନାଁ ଯାତ୍ରାକର ପ୍ରଧାନ। ତାଙ୍କୁ ୪୫ ବର୍ଷ ହୋଇଥିଲା। ଆଜି ସନ୍ଧ୍ୟାରେ ସେ ଶୌଚ ହେବା ପାଇଁ ଯାଇଥିବା ବେଳେ ଏକ ଦନ୍ତା ହାବୁଡ଼ରେ ପଡ଼ି ଯାଇଥିଲେ। ହାତୀ ତାଙ୍କୁ ଆକ୍ରମଣ କରି ଥିଲା। ହାତୀ ତାଙ୍କୁ ଗୋଡ଼ରେ ଦଳି ଦେବାରୁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଖବର ପାଇ ବନ ବିଭାଗ କର୍ମଚାରୀ ଓ ପୁଲିସ ସେଠାରେ ପହଞ୍ଚିଥିଲେ। ତେବେ ଘଟଣାସ୍ଥଳରେ ମୃତ ଯାତ୍ରାକରଙ୍କ ନିକଟରେ ବେଶ୍ କିଛି ସମୟ ଧରି ହାତୀଟି ଉପସ୍ଥିତ ରହିଥିଲା। ତେଣୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Accident
ଭାଇ ସହ ଖେଳୁଥିଲା କୁନି ଝିଅ, ଝୁଣି ମାରିଦେଲେ କୁକୁର ପଲ
ଗତକାଲି ଦିନବେଳା ଘର ବାହାରେ ଥିବା ଏକ ଜମିରେ ନାବାଳିକାଜଣକ ଭାଇ ସହ ଖେଳୁଲେ। ଉକ୍ତ ସମୟରେ ୫ଟି କୁକୁର ଉଭୟ ଭାଭଉଣୀଙ୍କୁ ଆକ୍ରମଣ କରିଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ୁଛି ପାଗଳା କୁକୁର, ୬ ଗୁରୁତର
ପାଗଳ କୁକୁର କାମୁଡ଼ାରେ ୬ଜଣ ଗୁରୁତର ହୋଇଛନ୍ତି। ସେମାନେ ଏବେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।