ହାତୀକୁ ପିଟିଦେଲା ୧୨ ଚକିଆ ଆଇରନ୍ ବୋଝେଇ ଟ୍ରକ୍। ଯାହାଫଳରେ ଘଟଣା ସ୍ଥଳରେ ହାତୀର ମୃତ୍ୟୁ ଘଟିଥିଲା। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୪୯ ନମ୍ୱର ଜାତୀୟ ରାଜପଥରେ ଘଟିଛି।
Also Read
କେନ୍ଦୁଝର ବନଖଣ୍ଡ ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥରେ ଏକ ଆଇରନ୍ ବୋଝେଇ ୧୨ ଚକିଆ ଟ୍ରକ୍ ଅନୁଗୋଳ ଜିଲ୍ଲା ପାଲଲହଡା ଅଭିମୁଖେ ଯାଉଥିଲା। ଠିକ୍ ସେହି ସମୟରେ କଣ୍ଟାବାହାଳ ଛକ ପାଖରେ ଏକ ଦନ୍ତା ହାତୀ ରାସ୍ତା ଅତିକ୍ରମ କରୁଥିବା ବେଳେ ଟ୍ରକ୍ ଧକ୍କା ଦେଇଥିଲା। ଯାହାଫଳରେ ହାତୀଟି ରାଜପଥ ପାର୍ଶ୍ୱ ଚାଷ ଜମିରେ ପଡ଼ିଥିଲା। ଦୁର୍ଘଟଣା ପରେ ହାତୀଟି କିଛି ସମୟଧରି ଛଟପଟ୍ ହୋଇଥିଲା। ତା’ପରେ ମୃତ୍ୟୁ ହୋଇଥିଲା।
ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଟ୍ରକ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟପକ୍ଷରେ ଟ୍ରକ୍ ଡ୍ରାଇଭର କହିଛନ୍ତି, ବନ ବିଭାଗ ଘଉଡ଼ାଇବାରୁ ହାତୀ ଟ୍ରକ୍ ଦେହରେ ପିଟି ଯାଇଥିଲା। ଯେଉଁଥିପାଇଁ ଦୁର୍ଘଟଣା ଘଟିଥିଲା ବୋଲି ଡ୍ରାଇଭର କହିଛି।
ରିପୋର୍ଟ- ତେଲକୋଇରୁ ଚିନ୍ମୟ କୁମାର ସାହୁ
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।