Train
ନିଲାମ ହୋଇଛି ବାଲେଶ୍ୱର ଜିଲ୍ଲା ବାହାନଗାରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସର କ୍ଷତିଗ୍ରସ୍ତ ଇଞ୍ଜିନ ଓ ବଗି। କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ଏହାର କୋଚ୍ ଓ ଇଞ୍ଜିନି ନିଲାମ କରାଯାଇଛି। ହାୱଡାର ମୋହିତ ଷ୍ଟିଲ କମ୍ପାନୀ ଏହି କ୍ଷତିଗ୍ରସ୍ତ ଇଞ୍ଜିନ ଓ କୋଚ ସବୁକୁ ୩କୋଟି ୮୨ ଲକ୍ଷ ଟଙ୍କା ଦେଇ କିଣିଛି।
ଗତ ଜୁନ ୨ ତାରିଖରେ ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଥିଲା। ଶାଳିମାର-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ି ଉପରେ ଚଢ଼ି ଯାଇଥିଲା। ଠିକ୍ ସେହି ସମୟରେ ଆସୁଥିବା ବାଙ୍ଗାଲୁରୁ-ହାୱାଡ଼ା ୟେଶବନ୍ତପୁର ଏକ୍ସପ୍ରେସ୍ର ଉପରେ ପଡ଼ିଥିଲା କରମଣ୍ଡଳ ଏକ୍ସପ୍ରେସ୍। ଏହି ଭୟଙ୍କର ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ୨୮୮ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ବାକି ୫ ଜଣଙ୍କ କଟକ ବଡ଼ ଡାକ୍ତରଖାନାରେ ପ୍ରାଣ ହରାଇଥିଲେ।
ଏହି ଘଟଣା ସମଗ୍ର ଦେଶରେ ଆଲୋଡନ ଖେଳାଇ ଦେଇଥିଲା। ସେବେଠୁ ଦୁର୍ଘଟଣାସ୍ଥଳରେ ପଡିଥିଲା ଏହି ହୃଦୟଥରା ଦୁର୍ଘଟଣାର ମୂକସାକ୍ଷୀ କ୍ଷତିଗ୍ରସ୍ତ ଟ୍ରେନର ଇଞ୍ଜନ ଓ ବଗି। ଡିସେମ୍ବର ୫ ତାରିଖ ସୁଦ୍ଧା ସବୁ କୋଚ୍ ଓ ଇଞ୍ଜିନ ଗୁଡ଼ିକୁ ନେଇଯିବ କଂପାନୀ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Train_1698480000.jpg)