ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ।
ଶ୍ରୀଯୁକ୍ତ ପ୍ରଧାନ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ। କିନ୍ତୁ ୨୦୧୯ ନିର୍ବାଚନ ସମୟରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଛାଡ଼ି ସେ ବିଜେପିରେ ସାମିଲ ହୋଇଥିଲେ।
Also Read
ଶ୍ରୀଯୁକ୍ତ ପ୍ରଧାନଙ୍କ ବିୟୋଗରେ ନେତା,କର୍ମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ପାଗଳ କୁକୁର; ୭ ଆହତ
ଆହତଙ୍କ ମଧ୍ୟରେ ୫ଜଣ ମହିଳା ସହ ଜଣେ ପୁରୁଷ ଓ ଜଣେ ନାବାଳକ ଅଛନ୍ତି।