Advertisment

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ଶ୍ରୀଯୁକ୍ତ ପ୍ରଧାନଙ୍କ ବିୟୋଗରେ ନେତା,କର୍ମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି।

Niranjan Pradhan

Niranjan Pradhan

Advertisment

ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଥିଲେ।

Advertisment

ଶ୍ରୀଯୁକ୍ତ ପ୍ରଧାନ ବିଜେଡି ଟିକେଟରେ ୨୦୦୪ ଓ ୨୦୦୯ରେ ବିଧାୟକ ହୋଇଥିଲେ। କିନ୍ତୁ ୨୦୧୯ ନିର୍ବାଚନ ସମୟରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବିଜେଡି ଛାଡ଼ି ସେ ବିଜେପିରେ ସାମିଲ ହୋଇଥିଲେ।

ଶ୍ରୀଯୁକ୍ତ ପ୍ରଧାନଙ୍କ ବିୟୋଗରେ ନେତା,କର୍ମୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି। 

Advertisment
BjD Bjp Pass Away
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe