Advertisment

ବିଲ ମଝିରେ ଜଳିଗଲେ ଚାଷୀ

ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

Tension Situation

Tension Situation

Advertisment

 ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି  ବିଲ ମଝିରେ ଜଳିଗଲେ ଚାଷୀ। ଏପରି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ବାଲିଗାଁ ନରସିଂହପୁର ଗାଁ ୧୨ ନମ୍ବର ଓ୍ଵାର୍ଡରେ। ମୃତ ଚାଷୀ ଜଣଙ୍କ ହେଲେ ପ୍ରମୋଦ ଦାସ।

Advertisment

ପ୍ରମୋଦଙ୍କ ବିଲ ଦେଇ ୧୧ କେଭି ତାର ଯାଇଥିଲା। ଆଜି ସକାଳେ ପ୍ରମୋଦ ବିଲକୁ ଯାଇଥିବା ବେଳେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ବିଲ ମଝିରେ ସେ ଜଳିଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।  ସେତେବେଳକୁ ପ୍ରମୋଦ ଜଳିଯାଇଥିଲେ। ପ୍ରମୋଦଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। 

ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି। ମୃତ ଚାଷୀଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବାକୁ ଦାବି କରି ଇଲେକ୍ଟ୍ରି ଅଫିସ ସମ୍ମୁଖ ଗ୍ରାମବାସୀମାନେ ପ୍ରତିବାଦ କରିଛନ୍ତି।  

Advertisment
Fire Breakout Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe