ସ୍କ୍ରବ୍ ଟାଇଫସରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ଜଣଙ୍କ ହେଲେ ଲେକ୍ରୁ ସାହୁ (୫୮)। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଆଖିଦାଦର ଗାଁରେ।
ଲେକ୍ରୁ ନିଜ ଧାନ ଚାଷରେ ସାର ସିଞ୍ଚନ କରିବା ପାଇଁ ବିଲକୁ ଯାଇଥିଲେ। ସେଠାରେ ତାଙ୍କୁ ସ୍କ୍ରବ ଟାଇଫସ୍ ପୋକ କାମୁଡ଼ି ଦେଇଥିଲା। ପରିବାର ଲୋକେ ତାଙ୍କୁ ପ୍ରଥମେ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।
Also Read
ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବୁର୍ଲା ସମଲେଶ୍ଵରୀ ଘରୋଇ ନର୍ସିଂ ହୋମରେ ଭର୍ତ୍ତି କରାଯାଇଥିଲା। ସେଠାରେ ୧୧ ଦିନ ଚିକିତ୍ସାଧୀନ ରହିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଲେକ୍ରୁଙ୍କର ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଶୁଦ୍ଧିକ୍ରିୟା ସାରି ଘରକୁ ଫେରୁଥିଲେ ବାପପୁଅ; ମାଡ଼ିଗଲା ହାଇୱା
ବୀରମିତ୍ରପୁର ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ସ୍କୁଟି ଓ ବାଇକ୍ ମୁହାଁମୁହିଁ ଧକ୍କା; ୨ ମୃତ
ନବରଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Accident
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
୨୦୧୭ ମସିହାର ଏକ ପୋକ୍ସୋ ମାମଲାରେ ଗୁରୁଦେବଙ୍କ ନାଁରେ ବଲାଙ୍ଗିର ପକ୍ସୋ କୋର୍ଟରୁ ୱାରେଣ୍ଟ ଇସ୍ୟୁ ହୋଇଥିଲା।
National
ମୋହାଲିରେ ଭୁଶୁଡ଼ିଲା ତିନିତାଲା କୋଠା, ୭ରୁ ୮ ଜଣ ଫସିଥିବା ସନ୍ଦେହ
ଭୁଶୁଡ଼ି ଯାଇଥିବା କୋଠାର ସମସ୍ତ ମହଲାରେ ଚାଲିଥିଲା ଜିମ। ଜାରି ରହିଛି ଉଦ୍ଧାର କାର୍ଯ୍ୟ।